ଲାଗି ରହିବ ଲଘୁଚାପ ଜନିତ ବର୍ଷା, ଆହୁରି ୪୮ଘଣ୍ଟା କାଚିବ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉଗ୍ର ରୂପ ନେବା ଫଳରେ ଆଜି ସକାଳୁ ରାଜ୍ୟର ବହୁ ସ୍ଥାନରେ ପବନ ସାଙ୍ଗକୁ ବର୍ଷା ଲାଗି ରହିଛି । ଖାଲି ଏତିକି ନୁହେଁ ଏହାର ପ୍ରଭାବରେ ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଆହୁରି ୪୮ଘଣ୍ଟା ବର୍ଷା କାଚିବ ବୋଲି ସ୍ଥାନୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୮ଟି ଜିଲ୍ଲାରେ ଲଘୁଚାପ ଜନିତ ବର୍ଷା ଲାଗି ରହିବ ବୋଲି ସୂଚନା ମିଳିଛି ।

ବାଲେଶ୍ୱର, ମୟୁରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡ଼ା ବର୍ଷା ସାଙ୍ଗକୁ ଝଡ଼ତୋଫାନ ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ତେଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।


ସେୟାର କରନ୍ତୁ