ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

Truthink
ସେୟାର କରନ୍ତୁ

ଭୁବନେଶ୍ୱର: ଡିସେମ୍ବର 8ରେ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଅବସରରେ ଆୟୋଜିତ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଏହି ଉତ୍ସବରେ ରାଜ୍ୟପାଳ ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗଦେବା କାର୍ଯ୍ୟକ୍ରମ ରହିଛି ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି ।

ଅନ୍ୟପଟେ ଆଜି ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବର ଦ୍ବିତୀୟ ଦିନ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ ପୁରାତନ ଛାତ୍ରଛାତ୍ରୀ ଓ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଥିଲେ । ଏହି ଅଵସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ନେତୃତ୍ବ ବିନା ସମାଜ ବା ସଂଗଠନ ଆଗେଇ ପାରିବ ନାହିଁ ।

ସୂଚନାଯେଗ୍ୟ ଯେ, ଉତ୍କଳ ବିଶ୍ବବିଦ୍ୟାଳୟର 75ବର୍ଷ ପୂର୍ତ୍ତି ଅବସରରେ ପ୍ଲାଟିନମ୍ ଜୁବୁଲି ପାଳିତ ହେଉଛି । ଏଥିପାଇଁ 5 ଦିନ ବ୍ୟାପୀ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ଏଥିପାଇଁ ପାଞ୍ଚଦିନ ବ୍ୟାପି ବିଶ୍ବବିଦ୍ୟାଳୟ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଗତକାଲି ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲିକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।


ସେୟାର କରନ୍ତୁ