ଗୁରୁବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଧର୍ମ-କର୍ମ ସଂପାଦନ କରିପାରନ୍ତି। ମୌନାବତାରରେ କିଛି ସମୟ ରହିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ମିଳିବ।
ବୃଷ: କୌଣସି କାରଣରୁ ବିଷାଦିତ ହୋଇପାରନ୍ତି। ଅନୁତପ୍ତ ହୋଇପାରନ୍ତି। ହଠାତ୍‌ କିଛି ଅର୍ଥ ପାଇ ଉତ୍‌ଫୁଲ୍ଲିତ ହେବେ। ପ୍ରକୃତିଗତ ଚଞ୍ଚଳତାର ପରିପ୍ରକାଶ ଘଟିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଶିକ୍ଷିତା ପତ୍ନୀଙ୍କ ପରାମର୍ଶ ମିଳିବ।
ମିଥୁନ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଉତ୍ତମ ବ୍ୟକ୍ତି ସମ୍ପନ୍ନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ। ବୁଦ୍ଧି ପ୍ରୟୋଗ କରି କୃଷିକର୍ମ କରିବେ।
କର୍କଟ: ବନ୍ଧୁମେଳରେ ରହିବା ସୁଖଦାୟକ ହେବ। ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆସ୍ତିକ ଚରିତ୍ରର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି। ପ୍ରେମୀ, ସାହସୀ ଓ ଭ୍ରାତୃ ସ୍ନେହୀ ହେବେ।
ସିଂହ: ମଧ୍ୟମ ଧରଣର ଶୁଭଫଳ ପ୍ରାପ୍ତ ହେବେ। ଆଳସ୍ୟ ପରାୟଣ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିଭାବେ ସାମାଜିକ ସ୍ତରରେ ଆଦରଣୀୟ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ।
କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟଯୁକ୍ତ ହେବେ। ଯୁଦ୍ଧ ବା ମୋକଦ୍ଦମାରେ ବିଜୟୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ନୂଆବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।
ତୁଳା: ଉପୁଜି ଥିବା ଅସୁବିଧା ଦୂର ହେବ। ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। କୋମଳଭାଷା ବ୍ୟବହାର କରି ପରକୁ ଆପଣାର କରିବେ।
ବିଛା: କାର୍ଯ୍ୟ ଦକ୍ଷତା ବୃଦ୍ଧି ପାଇବ। ଆତ୍ମସନ୍ତୋଷ ଲାଭ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
ଧନୁ: ମନରେ ଦେଖା ଦେଇଥିବା ଭ୍ରାନ୍ତି ଦୂର ହେବ। ପରିଶ୍ରମର ମୂଲ୍ୟ ମିଳିବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
ମକର: ଆୟ-ବ୍ୟୟ ସମାନ୍ତରାଳରେ ଗତି କରିବ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ହେବେ। ଦାମ୍ପତ୍ୟ ସୁଖ ମିଳିବ।
କୁମ୍ଭ: ମନରେ ଭକ୍ତିଭାବ ଜାଗ୍ରତ ହେବ। ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ପ୍ରତିହିଂସା ପରାୟଣ ହେବେ। ଅଷ୍ଟମଚନ୍ଦ୍ର ଭୋଗ ହେଉଥିବାରୁ ସତର୍କରେ ଚଳିବାକୁ ପଡ଼ିବ।
ମୀନ: ସ୍ମରଣ ଶକ୍ତି ହାନି ଘଟିପାରେ। ମନରେ ଅହଂଭାବ ଜାଗ୍ରତ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବୀ ହୋଇପାରନ୍ତି। ମନରେ ଅହଂଭାବ ପ୍ରବେଶ କରିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଚିନ୍ତାଧାରା ଉନ୍ନତମାନର ହେବ।


ସେୟାର କରନ୍ତୁ