ରବିବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ନିଜର ଦାବି ଉପସ୍ଥାପନ କରିବେ। ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇବେ। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିଲେ କାର୍ଯ୍ୟ ହାସଲ କରିବେ।
ବୃଷ: ମାନସିକ ସ୍ତରରେ ଦୃଢ଼ ରହିପାରନ୍ତି। ମନରେ ଅହଂଭାବ ଆସିପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ହେବେ। ଶତ୍ରୁହନ୍ତା ହେବା ଆଶା କରାଯାଏ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ମିଥୁନ: କେତେକ କ୍ଷେତ୍ରରେ ନିରବଦ୍ରଷ୍ଟା ହେବେ। ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।
କର୍କଟ: ଉପୁଜିଥିବା ପରିସ୍ଥିତି ପ୍ରତି ସଜାଗ ରହିବାକୁ ପଡ଼ିବ। ନିଜକୁ କଳହମୁକ୍ତ ରଖିବାକୁ ଚେଷ୍ଟା କରିବେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ବ୍ୟକ୍ତିତ୍ୱ ବିକଶିତ ହେବ। ସ୍ୱାସ୍ଥ୍ୟ ଭଲ ରହିବ। କୃଷିକର୍ମକାରୀ ହେବେ। ବୁଦ୍ଧିମାନ ହେବେ।
ସିଂହ: ସୁସ୍ଥ ଓ ସତେଜ ରହିବେ। କାର୍ଯ୍ୟରେ ସିଦ୍ଧି ପ୍ରାପ୍ତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମିଠାକଥା କହି ଜନ-ମନ ବଶ କରିପାରନ୍ତି। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଭୋଗ କରିପାରନ୍ତି। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ଭାବେ ବିବେଚିତ ହେବେ।
କନ୍ୟା: ଧର୍ମକାର୍ଯ୍ୟରେ ବ୍ୟୟ କରିପାରନ୍ତି। ଭାଗ୍ୟଶାଳୀ ହେବେ। ପରାମର୍ଶ ନେଇ କାର୍ଯ୍ୟ କରିବେ। ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ନିର୍ବାଚନରେ ଗଣତି ଫଳ ଆପଣଙ୍କ ସପକ୍ଷରେ ଯିବ। କୌଣସି ସ୍ତରରୁ ଅର୍ଥ ଆଣି ବ୍ୟବସାୟ କଲେ ପ୍ରଚୁର ଲାଭ ମିଳିବ।
ତୁଳା: ବିପଦ ଦୂରେଇ ଯିବ। ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ପାରିବାରିକ ସୁଖ ମିଳିବ। ନୂଆବନ୍ଧୁ ଜୁଟିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ଚଞ୍ଚଳ ପ୍ରକୃତିର ହେବେ। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଏକାନ୍ତ ପ୍ରିୟ ହେବେ। ମଧୁରଭାଷୀ ହୋଇପାରନ୍ତି। ଅତିଥି ସତ୍କାରରେ ବ୍ୟୟ ବୃଦ୍ଧି ଘଟିପାରେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ।
ଧନୁ: ଅର୍ଥ ଉପାର୍ଜନ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ବିଭାଗୀୟ ସ୍ତରରେ ସମ୍ମାନିତ ହେବେ। ସନ୍ତାନ, ଗୁଣୀ ଓ ସମ୍ପତ୍ତିବାନ୍‍ ହେବେ। କର୍ମଠ ହେବେ।
ମକର: ବିଭିନ୍ନ ସ୍ତରରୁ ସହଯୋଗ ପାଇ ଖୁସି ହୋଇପାରନ୍ତି। କୁଳ-ମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ।
କୁମ୍ଭ: ଧୈର୍ଯ୍ୟବାନ୍‍ ହେବେ। ସାହସୀ ହୋଇପାରନ୍ତି। ସେବା-ପୂଜାରେ ମନୋନିବେଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।
ମୀନ: ଭୋଜାନାଦିରେ ତୃପ୍ତ ମିଳିବ। ଧନକ୍ଷୟ ହେବାର ସମ୍ଭାବନା ଅଛି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବେ।


ସେୟାର କରନ୍ତୁ