ରବିବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ୍ନ ଭୋଜନ ପାଇ ଆତ୍ମତୃପ୍ତି ଲାଭ କରିବେ। ବଳଶାଳୀ ଓ ଐଶ୍ବର୍ୟ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧକ୍ଷେତ୍ରରେ ପାରଙ୍ଗମ ହେବେ। ମୋକଦ୍ଦମାରେ ବିଜୟୀ ହୋଇ ଧନଲାଭ ପାଇପାରନ୍ତି। ଘାତଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ବୃଷ: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା-କଫ ଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତ ପ୍ରିୟ ନେତ୍ରରୋଗୀ ଓ ମଧୁରଭାଷୀ ହେବେ। ସାହସିକ କାର୍ୟ୍ୟ କରିବେ। ଜ୍ଞାନ-ଗରିମା ବଳରେ ଅସାଧ୍ୟ ସାଧନ କରିପାରନ୍ତି।
ମିଥୁନ: ମୂଲ୍ୟବାନ୍‌ ଦ୍ରବ୍ୟ ପ୍ରାପ୍ତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।
କର୍କଟ: ସାରାଦିନ କାର୍ୟ୍ୟ ବ୍ୟସ୍ତ ରହିବେ। କୁଳ ଉଜ୍ଜ୍ୱଳକାରୀ ହେବେ ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ଶ୍ରମ ସାର୍ଥକ ହେବ। ପରିବାର ପ୍ରତି ସ୍ନେହ-ଶ୍ରଦ୍ଧା ରହିବ।
ସିଂହ: ସୌଜନ୍ୟତା ପ୍ରକାଶ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ସୁଖ ମିଳିବା କଷ୍ଟସାଧ୍ୟ ହେବ। ଈର୍ଷାପରାୟଣ ହେବାକୁ ବାଧ୍ୟ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଭାଗୁଆଳୀ ବ୍ୟବସାୟ ଲାଭଜନକ ହେବ। କୃଷି କ୍ଷେତରୁ ଲାଭ ମିଳିବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
ତୁଳା: ମିତ୍ର ଲାଭ ସୂଚନା ମିଳୁଛି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇପାରନ୍ତି। ବେଳେ ବେଳେ ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ୟ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଚଳିଲେ ପ୍ରାୟ ପ୍ରତ୍ୟେକ କାର୍ୟ୍ୟ ସହଜ, ସୁଲଭ ହେବ।
ବିଛା: ମନରେ ଗର୍ବଭାବ ସୃଷ୍ଟି ହୋଇପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
ଧନୁ: ପଢ଼ା-ଲେଖା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ବା ଜୁଆ ଖେଳର ଭାଗ୍ୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
ମକର: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଶ୍ରେୟ ମଣିବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳପ୍ରତି ଆଦରପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ସାହସୀ ହେବେ।
କୁମ୍ଭ: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ମନୋବୃତ୍ତିର ହେବେ। ମିଷ୍ଟଭାଷୀ ଭାବେ ଜନ-ମନତୋଷ କରିପାରନ୍ତି। କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ସରକାରୀ କୃପା ମିଳିପାରେ। ସାନ ଭାଇଙ୍କ ଠାରୁ ଆଦର ମିଳିବ।
ମୀନ: ଆଳସ୍ୟ ଅନୁଭବ କଲେ ବି ଲକ୍ଷ୍ୟ ହାସଲ ବିଳମ୍ବିତ ହେବ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱ ବିକଶିତ ହୋଇପାରେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତି ଓ ବିଦ୍ୟାପ୍ରେମୀ ହେବେ। ଏକ ପତ୍ନୀବ୍ରତ ଆଚରଣ କରିପାରନ୍ତି।


ସେୟାର କରନ୍ତୁ