ମଙ୍ଗଳବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ-ବିଳାସରେ ସମୟ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଧର୍ମାତ୍ମା, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

ବୃଷ: ଭଲକାମ କରିବାକୁ ଯାଇ ମନ୍ଦ ଉପୁଜିପାରେ। ଶୋକାତୁର ହୋଇପାରନ୍ତି। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡ଼ିବ।

ମିଥୁନ: କାର୍ଯ୍ୟରେ ସଫଳତା ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହେବେ।

କର୍କଟ: ଯୋଗାଯୋଗ ଶୁଭଦାୟକ ହେବ। ଅହଂକାରୀ ହୋଇପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରି ପାଇବେ।

ସିଂହ: ବହୁ ସୁଯୋଗ ହାତକୁ ଆସିପାରେ। ଚଞ୍ଚଳମନା ହେବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବିଭିନ୍ନ ଦିଗରୁ ଅର୍ଥାଗମ ହେବ।

କନ୍ୟା: ବୁଝି ବିଚାରି କାର୍ଯ୍ୟ କଲେ, ପ୍ରମାଦର ଆଶଙ୍କା ନାହିଁ। ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସ୍ୱାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ।

ତୁଳା: କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ଓ ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ।

ବିଛା: ସତ୍‍ସଙ୍ଗୀ ଓ ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର, ବିଦ୍ୟାପ୍ରେମୀ ହେବେ। ମିତ୍ରସୁଖ ଲାଭ କରିବେ।

ଧନୁ: ଜନସାଧାରଣଙ୍କ କଲ୍ୟାଣ ଭାଜନ ହେବେ। ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମୋକଦ୍ଦମାରେ ଜିଣି ଧନଲାଭ ହୋଇପାରେ।

ମକର: ଶୁଭକାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି। ଥଣ୍ଡା-କଫ ଜନିତ ପୀଡ଼ା ଅନୁଭବ କରିବେ। ଚଞ୍ଚଳମନା ହେବେ। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।

କୁମ୍ଭ: ଯୋଗାଯୋଗରୁ ବହୁ ଶୁଭଫଳ ମିଳିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅନୁଭବ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ଆଶା କରାଯାଏ।

ମୀନ: ମନସ୍କାମନା ପୂର୍ଣ୍ଣ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିପାରନ୍ତି।


ସେୟାର କରନ୍ତୁ