ଶୁକ୍ରବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ। ପରିଶ୍ରମର ମୂଲ୍ୟ ମିଳିବ। ବ୍ୟବସାୟ ଲାଭଜନକ ହେବ। ବିଚକ୍ଷଣ ବୁଦ୍ଧି ଯୁକ୍ତ ହେବେ। ଲୋକପ୍ରିୟ ହୋଇପାରନ୍ତି। ଆର୍ଥିକ ସ୍ଥିତି ଦୃଢ଼ ହେବ। ସୁଖୀ ହେବେ।

ବୃଷ: ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ କ୍ଷେତ୍ର ସ୍ବଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଦେବଦର୍ଶନ ଫଳଦାୟକ ହେବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି। ଅଧିକ ଅର୍ଥ ମିଳିବ।

ମିଥୁନ: ଅର୍ଥ, ଅନର୍ଥର କାରଣ ହୋଇପାରେ। ଆକସ୍ମିକ ସମସ୍ୟା ଯୋଗୁଁ ମନ ବିଷାଦିତ ହୋଇପାରେ। ନୃତ୍ୟ-ସଙ୍ଗୀତପ୍ରିୟ ହୋଇପାରନ୍ତି। ସତ୍‌କର୍ମରେ ନିୟୋଜିତ ହେବେ। ଧର୍ମ ମାର୍ଗରେ ମନୋନିବେଶ କରିବେ। ସ୍ବାସ୍ଥ୍ୟ ହାନି ଘଟିପାରେ।

କର୍କଟ: ଆୟ ପରିମାଣ ବୃଦ୍ଧି ପାଇବ। ସରକାରୀ ବା ବନ୍ଧୁସୂତ୍ରରୁ ଲାଭବାନ୍‌ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ନୂଆ ବନ୍ଧୁ ଜୁଟିବେ। ଚିନ୍ତାଧାରା ଉନ୍ନତମାନର ହେବ।

ସିଂହ: ସତର୍କ ନରହିଲେ ପ୍ରତାରିତ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ବୁଦ୍ଧିମାନର କାର୍ଯ୍ୟ ହେବ। ବନ୍ଧୁ ବିରୋଧର ସମ୍ମୁଖୀନ ହୋଇପାରନ୍ତି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ଯେତେ ମିଠା କଥା କହିଲେ ବି ବନ୍ଧୁ ଅବିଶ୍ବାସ କରିପାରନ୍ତି।

କନ୍ୟା: ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତକର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଚଞ୍ଚଳମନା ହେବେ। ସରକାରୀ ସାହାଯ୍ୟ ମିଳିବ।


ସେୟାର କରନ୍ତୁ