ସୋମବାର ରାଶିଫଳ

Truthink
ସେୟାର କରନ୍ତୁ

ମେଷ: ଚାଲୁ ରହିଥିବା କାର୍ଯ୍ୟ ଅଟକି ଯାଇପାରେ। କ୍ଲାନ୍ତି ବୋଧ କରିପାରନ୍ତି। ସ୍ବାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଯାନବାହନ ଚଳାଚଳରେ ସତର୍କ ରହିବେ। ଜଳଯାତ୍ରା ମନା।
ବୃଷ: ବ୍ୟବସାୟ ଲାଭଜନକ ହେବ। ମନରେ ସେବାଭାବ ଜାଗ୍ରତ ହେବ ଓ କାର୍ଯ୍ୟ ସନ୍ତୋଷଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଲାଭଦାୟକ ହେବ। ଅବିବାହିତଙ୍କ ବିବାହସ୍ଥିର ହେବ।
ମିଥୁନ: ନିଜ ବୁଦ୍ଧି, ବଳ ଓ କୌଶଳ ପ୍ରୟୋଗରେ କାର୍ଯ୍ୟରେ ସଫଳତା ପାଇବେ। ବିଭିନ୍ନ ସ୍ତରରୁ ସହଯୋଗ ମିଳିବ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ରହିବେ। ସୁଖୀ ହେବେ।
କର୍କଟ: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳମନା ହେବେ। ଆଶା କରି ନ ଥିବା ବେଳେ ହଠାତ୍‌ କିଛି ଅର୍ଥ ମିଳିପାରେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହୀ ହେବେ। ଧାର୍ମିକ ଓ ତେଜସ୍ବୀ ହେବେ। ବ୍ୟକ୍ତିତ୍ବ ବିକଶିତ ହେବ।
ସିଂହ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ନିଜର ଭିନ୍ନ ପରିଚୟ ସୃଷ୍ଟି କରିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷି କାର୍ଯ୍ୟ ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍‌ ହେବେ।
କନ୍ୟା: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପି ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।
ତୁଳା: ଯାତ୍ରା ଶୁଭଦାୟକ ହେବ। ପରମ ଭାଗ୍ୟଶାଳୀ ହୋଇପାରନ୍ତି। ସାମାନ୍ୟ ଅର୍ଥ ମିଳିପାରେ। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବ୍ୟବସାୟ ଲାଭଜନକ ହେବ। ମିତ୍ରତା ବୃଦ୍ଧି ପାଇପାରେ।
ବିଛା: ଆଶାବାଦୀ ହେବେ। ଐଶ୍ୱର୍ୟ୍ୟ ପ୍ରାପ୍ତିର ସୂଚନା ମିଳୁଛି। ବ୍ୟବସାୟ ପାଇଁ ଉଦ୍ୟମ ଜାରି ରଖିବେ। ମାଲିମୋକଦ୍ଦମାରେ ବିଜୟୀ ହେବା ସହ ଧନଲାଭ ହେବ। ଉତ୍ତମ ଭୋଜନ ମିଳିିବ।
ଧନୁ: ବ୍ୟୟାଧିକ ହୋଇପାରେ। ଥଣ୍ଡା-କଫଜନିତ ସାମାନ୍ୟ କ୍ଳେଶ ଅନୁଭବ କରିପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଏକାନ୍ତ ପ୍ରିୟ ଓ ମଧୁରଭାଷୀ ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ।
ମକର: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ସରଳ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳମନା ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। କରିତ୍‍କର୍ମା ହୋଇପାରନ୍ତି।
କୁମ୍ଭ: ଧନପ୍ରାପ୍ତିର ସୂଚନା ମିଳୁଛି। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରଳସ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସୌହାର୍ଘ୍ୟ ବୃଦ୍ଧି ହେବ।
ମୀନ: ପରିଶ୍ରମର ମୂଲ୍ୟ ମିଳିବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ସମୟ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ ଓ ବିଦ୍ୱାନ୍‍ ଓ ସାହସୀ ହେବେ। ସମ୍ପତ୍ତିବାନ୍‍ ହୋଇପାରନ୍ତି।


ସେୟାର କରନ୍ତୁ