ରାଜ୍ୟରେ ଆଉ ଜଣେ କରୋନା ରୋଗୀ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା 41

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ରାଜ୍ୟର ରାଜଧାନୀ ଭୁବନେଶ୍ବରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ଏହି ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ରୋଗୀଙ୍କ ବୟସ 45 ବର୍ଷ ଓ ସେ ଭୁବନେଶ୍ବରର ୟୁନିଟି-4 ଅନ୍ତର୍ଗତ ମଧୁସୂଦନ ନଗର ଅଞ୍ଚଳର ବୋଲି ଜଣାପଡ଼ିଛି । ତେବେ ତାଙ୍କର ବିଦେଶ ଗସ୍ତ ସମ୍ପର୍କିତ ଖବର କିମ୍ବା ରାଜ୍ୟ ବାହାରକୁ ଗସ୍ତ ନେଇ କୌଣସି ସୂଚନା ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 41ରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ରବିବାର ଦିନ ରାଜ୍ୟରେ 18ଜଣ କୋଭିଡ-19 ପ଼ଜିଟିଭଙ୍କ ସୂଚନା ମିଳିଥିବା ବେଳେ ସୋମବାର ଦିନ ରାତିରେ କେନ୍ଦ୍ରାପଡାରେ ଜଣେ ଯୁବକ କରୋନା ସଂକ୍ରମିତ ହୋଇଥିବା ଜଣାପଡିଥିଲା । ଆଜି ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ରାଜ୍ୟରେ ଏହି ସଂଖ୍ୟା 41 ହୋଇଅଛି ।


ସେୟାର କରନ୍ତୁ