ରାଜ୍ୟରେ କାଳବୈଶାଖୀ ବର୍ଷା, ଏମିତି ପାଗ 30 ପର୍ଯ୍ୟନ୍ତ ରହିବ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଗତ ଦୁଇ ଦିନ ଧରି ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । କେତେକ ଜାଗାରେ ଆକାଶ ମେଘୁଆ ରହିବା ସହ ଆଉ କେତେକ ଜାଗାରେ ମୁଣ୍ଡ ଫଟା ଖରା ସାଙ୍ଗକୁ ସଂଧ୍ୟାରେ ହଠାତ୍ ବର୍ଷା । ତେବେ ଆସନ୍ତା 30 ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଏପରି ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଅନୁମାନ କରାଯାଉଛି ।

ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମୟରେ ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି 50ରୁ 60 କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ରହିଥିବାର ଅନୁମାନ କରାଯାଇଅଛି । ଏଥି ପାଇଁ ସତର୍କ ରହିବାକୁ କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଓ କୋରାପୁଟରେ ବର୍ଷା ସାଙ୍ଗକୁ ବଜ୍ରପାତ ଆଶଙ୍କା ରହିବା ସହ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି, ପୁରୀ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ।


ସେୟାର କରନ୍ତୁ