ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା 174କୁ ବୃଦ୍ଧି

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ସଂକ୍ରମିତଜଣଙ୍କ ରାଉରକେଲାର ହୋଇଥିବା ସୂଚନା ମିଲିଛି । ଏହାକୁ ମିଶାଇ ଏବେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 174ରେ ପହଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆଯାଇଛି ।

ସରକାରଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଏହି ସଂକ୍ରମିତ ବ୍ୟକ୍ତି ଜଣକ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ । ସେ 49 ବର୍ଷିୟ ପୁରୁଷ ବୋଲି ଜଣାପଡିଛି । ଏହା ସହ ସେ ପଶ୍ଚିମବଙ୍ଗରୁ ଫେରି କ୍ୱାରେଣ୍ଟାଇନରେ ଥିଲେ ବୋଲି ଜଣାପଡିଛି ।


ସେୟାର କରନ୍ତୁ