ରାଜ୍ୟରେ ସୁସ୍ଥ ହେଲେ 43 କରୋନା ଆକ୍ରାନ୍ତ, ମୋଟ ସଂଖ୍ୟା 436

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଅଛି, ଏହା ଥମିବାର ନା ଧରୁନାହିଁ । ଏହି ସମୟରେ ରାଜ୍ୟକୁ ଆସିଅଛି ଏକ ଖୁସି ଖବର । ଆଜି ରାଜ୍ୟରେ 43ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ହୋଇଥିବା 43ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ 15ଜଣ, ଗଞ୍ଜାମ, ରାଉରକେଲା ଏବଂ ଯାଜପୁରରୁ 8ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ ପୁରୀ, କେନ୍ଦ୍ରାପଡା, କଟକ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ବର୍ତମାନ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା 436ରେ ପହଞ୍ଚିଛି । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ସେୟାର କରନ୍ତୁ