ରାଜ୍ୟରେ ସୁସ୍ଥ ହେଲେ 229 ଜଣ କରୋନା ଆକ୍ରାନ୍ତ, ମୋଟ ସୁସ୍ଥ ସଂଖ୍ୟା 5934

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ଆଜି ରାଜ୍ୟରେ 229 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା 5934ରେ ପହଁଞ୍ଚିଛି । ଏନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି ।

ତେବେ ଏହି ସୁସ୍ଥ 229 କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ 91 ଜଣ, ଖୋର୍ଦ୍ଧା ଜିଲ୍ଲାରୁ 29 ଜଣ, ଗଜପତି ଜିଲ୍ଲାରୁ 26 ଜଣ, ଝାରସୁଗୁଡ଼ା ଜିଲ୍ଲାରୁ 15 ଜଣ, ବଲାଙ୍ଗୀର ଜିଲ୍ଲାରୁ 12 ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ 11 ଜଣ, ମୟୂରଭଂଜ ଜିଲ୍ଲାରୁ 11 ଜଣ, ଯାଜପୁର ଜିଲ୍ଲାରୁ 8 ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ 6 ଜଣ, କେନ୍ଦୁଝର ଜିଲ୍ଲାରୁ 5 ଜଣ, କଟକ ଜିଲ୍ଲାରୁ 4 ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ 4 ଜଣ, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ 3-3 ଜଣ ଏବଂ ବରଗଡ଼ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।


ସେୟାର କରନ୍ତୁ