Coronavirus: ଦେଶରେ ଗୋଟିଏ ଦିନରେ କରୋନା ଭାଙ୍ଗିଲା ରେକର୍ଡ଼,45 ହଜାରରୁ ବେଶି ନୂଆ କେସ, 1129 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଆଉ ଥରେ କରୋନା ବିସ୍ଫୋରଣ ହୋଇଅଛି । ପୂର୍ବ 24 ଘଣ୍ଟା ମଧ୍ୟରେ ପ୍ରଥମ ଥର ପାଇଁ 45 ହଜାରରୁ ଅଧିକ ନୂତନ କରୋନା ମାମଲା ପଞ୍ଜିକୃତ ହୋଇଛି । ଏଥିସହ ଏକ ହଜାରରୁ ଅଧିକ ମୃତ୍ୟୁ ଘଟିଛି । ଦେଶରେ ଏବେ ମୋଟ ସଂକ୍ରମିତଙ୍କ ସଂଖ୍ୟା ବର୍ତ୍ତମାନ 12 ଲକ୍ଷ ପାର ହୋଇଅଛି ଏବଂ ପ୍ରାୟ 30 ହଜାର ପାଖାପାଖି ମୃତ୍ୟୁ ମଧ୍ୟ ହୋଇଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତାଜା ସଂଖ୍ୟା ମୁତାବକ, ଦେଶରେ ମୋଟ ସଂକ୍ରମିତ ଲୋକଙ୍କ ସଂଖ୍ୟା 12 ଲକ୍ଷ 38 ହଜାର 635 କୁ ବୃଦ୍ଧି ପାଇଛି । ଏଥିମଧ୍ୟରୁ 4 ଲକ୍ଷ 26 ହଜାର 167 ସକ୍ରିୟ ମାମଲା ଥିବାବେଳେ ସାତ ଲକ୍ଷ 82 ଜଣ ଆରୋଗ୍ୟ ଲାଭ କରିଛନ୍ତି । ଏପର୍ଯ୍ୟନ୍ତ 29 ହଜାର 861 ଲୋକ ପ୍ରାଣ ହରାଇଛନ୍ତି ।

କରୋନା ସଂକ୍ରମଣ ହିସାବରେ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ଆମେରିକା ଓ ବ୍ରାଜିଲ ପରେ ଗୋଟିଏ ଦିନରେ ସବୁଠାରୁ ଅଧିକ ମାମଲା ମଧ୍ୟ ଭାରତରେ ଦର୍ଜ କରାଯାଉଛି । କିନ୍ତୁ ଯଦି ଆମେ ପ୍ରତି 10 ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ । ଭାରତ ତୁଳନାରେ ଅଧିକ ମାମଲା ଆମେରିକାରେ (4,100,875), ବ୍ରାଜିଲ (2,231,871)ରେ ଅଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ଦ୍ୱିତୀୟ/ତୃତୀୟ ସ୍ଥାନ ରହିଅଛି ।

ଆକ୍ଟିଭ କେସ ମାମଲାରେ ଟପ-5 ରାଜ୍ୟ
ସଂଖ୍ୟା ମୁତାବକ, ଦେଶରେ ବର୍ତ୍ତମାନ ଚାରି ଲକ୍ଷରୁ ଅଧିକ କରୋନା ଆକ୍ଟିଭ ମାମଲା ରହିଛି । ସବୁଠାରୁ ବେଶି ସକ୍ରିୟ ମାମଲା ମହାରାଷ୍ଟ୍ରରେ ଅଛି । ମହାରାଷ୍ଟ୍ରରେ ଏକ ଲକ୍ଷରୁ ଅଧିକ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଏହା ପରେ ଦ୍ୱିତୀୟ ନମ୍ବରରେ ତାମିଲନାଡୁ, ତୃତୀୟ ନମ୍ବରରେ କର୍ଣ୍ଣାଟକ, ଚତୁର୍ଥ ନମ୍ବରରେ ଆନ୍ଧ୍ରପ୍ରଦେଶ ଏବଂ ପଞ୍ଚମ ନମ୍ବରରେ ଦିଲ୍ଲୀ ଅଛି । ଏହି ପାଞ୍ଚ ରାଜ୍ୟରେ ସବୁଠାରୁ ବେଶି ଆକ୍ଟିଭ କେସ ଅଛି । ଆକ୍ଟିଭ କେସ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି, ଅର୍ଥାତ୍ ଭାରତ ହେଉଛି ଏମିତି ଚତୁର୍ଥ ଦେଶ ଯେଉଁଠାରେ ଅଧିକାଂଶ ସଂକ୍ରମିତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।


ସେୟାର କରନ୍ତୁ