Coronavirus: ଦେଶରେ ପୂର୍ବ 24 ଘଣ୍ଟାରେ ସାମ୍ନାକୁ ଆସିଲା 55 ହଜାର ନୂଆ କେସ,779 ଲୋକଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନାର ସଂକ୍ରମଣ ଦିନକୁ ଦିନ ବଢିବାକୁ ଲାଗୁଅଛି । ପୂର୍ବ 24 ଘଣ୍ଟାରେ ପ୍ରଥମ ଥର ପାଇଁ 55 ହଜାରରୁ ଅଧିକ ନୂତନ କରୋନା ମାମଲା ପଞ୍ଜିକୃତ ହୋଇଛି । ଏହା ସହିତ 779 ଜଣଙ୍କର ମଧ୍ୟ ମୃତ୍ୟୁ ଘଟିଛି । ଦେଶରେ ମୋଟ ସଂକ୍ରମିତ ସଂଖ୍ୟା ବର୍ତ୍ତମାନ 16 ଲକ୍ଷ ଅତିକ୍ରମ କରିଥିବାବେଳେ 35 ହଜାରରୁ ଅଧିକ ମୃତ୍ୟୁ ମଧ୍ୟ ଘଟିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତାଜା ସଂଖ୍ୟା ମୁତାବକ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା 16 ଲକ୍ଷ 38 ହଜାର 871 କୁ ବୃଦ୍ଧି ପାଇଛି । ଏଠାରେ ପାଞ୍ଚ ଲକ୍ଷ 45 ହଜାର 318 ସକ୍ରିୟ ମାମଲା ଥିବାବେଳେ ଦଶ ଲକ୍ଷ 57 ହଜାରରୁ ଅଧିକ ଲୋକ ଆରୋଗ୍ୟ ଲାଭ କରିଛନ୍ତି । ଏପର୍ଯ୍ୟନ୍ତ 35 ହଜାର 747 ଲୋକ ପ୍ରାଣ ହରାଇଛନ୍ତି ।

କରୋନା ସଂକ୍ରମଣ ହିସାବରେ ଭାରତ ବିଶ୍ୱର ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ଆମେରିକା ଓ ବ୍ରାଜିଲ ପରେ ଗୋଟିଏ ଦିନରେ ସବୁଠାରୁ ଅଧିକ ମାମଲା ମଧ୍ୟ ଭାରତରେ ଦର୍ଜ କରାଯାଉଛି । କିନ୍ତୁ ଯଦି ଆମେ ପ୍ରତି 10 ଲକ୍ଷ ଜନସଂଖ୍ୟାରେ ସଂକ୍ରମିତ ରୋଗ ଏବଂ ମୃତ୍ୟୁହାର ବିଷୟରେ କହିବା, ତେବେ ଅନ୍ୟ ଦେଶ ତୁଳନାରେ ଭାରତ ବହୁତ ଭଲ । ଭାରତ ତୁଳନାରେ ଅଧିକ ମାମଲା ଆମେରିକାରେ (4,634,966), ବ୍ରାଜିଲ (2,613,789)ରେ ଅଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ତୃତୀୟ ସ୍ଥାନରେ ରହିଅଛି ।

ଆକ୍ଟିଭ କେସ ମାମଲାରେ ଟପ-5 ରାଜ୍ୟ
ସଂଖ୍ୟା ମୁତାବକ, ଦେଶରେ ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ କରୋନା ଆକ୍ଟିଭ ମାମଲା ରହିଛି । ସବୁଠାରୁ ବେଶି ସକ୍ରିୟ ମାମଲା ମହାରାଷ୍ଟ୍ରରେ ଅଛି । ମହାରାଷ୍ଟ୍ରରେ ଏକ ଲକ୍ଷରୁ ଅଧିକ ସଂକ୍ରମିତ ଲୋକଙ୍କୁ ଡାକ୍ତରଖାନାରେ ଚିକିତ୍ସା କରାଯାଉଛି । ଏହା ପରେ ଦ୍ୱିତୀୟ ନମ୍ବରରେ ତାମିଲନାଡୁ, ତୃତୀୟ ନମ୍ବରରେ କର୍ଣ୍ଣାଟକ, ଚତୁର୍ଥ ନମ୍ବରରେ ଆନ୍ଧ୍ରପ୍ରଦେଶ ଏବଂ ପଞ୍ଚମ ନମ୍ବରରେ ଦିଲ୍ଲୀ ଅଛି । ଏହି ପାଞ୍ଚ ରାଜ୍ୟରେ ସବୁଠାରୁ ବେଶି ଆକ୍ଟିଭ କେସ ଅଛି । ଆକ୍ଟିଭ କେସ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି, ଅର୍ଥାତ୍ ଭାରତ ହେଉଛି ଏମିତି ଚତୁର୍ଥ ଦେଶ ଯେଉଁଠାରେ ଅଧିକାଂଶ ସଂକ୍ରମିତ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।


ସେୟାର କରନ୍ତୁ