ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 25 ଲକ୍ଷ ପାର, 49 ହଜାରରୁ ଅଧିକ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମିତଙ୍କ ମୋଟ ସଂଖ୍ୟା 25 ଲକ୍ଷ ପାର ହୋଇଛି । ଦେଶରେ କରୋନା ମାମଲାରେ ବୃଦ୍ଧି ହେବାର ଗତି ମଧ୍ୟ ବିଶ୍ୱରେ ଏକ ନମ୍ବର ରହିଛି । ପୂର୍ବ 24 ଘଣ୍ଟା ମଧ୍ୟରେ କରୋନାର 65 ହଜାର ନୂତନ ରୋଗୀ ଦେଖାଦେଇଛନ୍ତି ଏବଂ 996 ଜଣଙ୍କର ମୃତ୍ୟୁ ହୋଇଥିଲା । ଆମେରିକା ଏବଂ ବ୍ରାଜିଲରେ ପୂର୍ବ ଦିନରେ ଯଥାକ୍ରମେ 60,600 ଏବଂ 49,274 ଟି ନୂଆ ମାମଲା ହୋଇଛି । ଭାରତରେ ଗୋଟିଏ ଦିନରେ ସବୁଠାରୁ ଅଧିକ 66,999 କରୋନା ମାମଲା 13 ଅଗଷ୍ଟକୁ ଆସିଥିଲା ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତାଜା ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ 25 ଲକ୍ଷ 26 ହଜାର 192 ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି । ଏଥିମଧ୍ୟରୁ 49,036 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ 6 ଲକ୍ଷ 68 ଟି ଆକ୍ଟିଭ ମାମଲା ରହିଛି ଏବଂ 18 ଲକ୍ଷ 8 ହଜାର ଲୋକ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି ।

ଆକ୍ଟିଭ କେସ ମାମଲାରେ ଟପ 5 ରାଜ୍ୟ
ସଂଖ୍ୟା ମୁତାବକ, ମହାରାଷ୍ଟ୍ରରେ ଦେଶରେ ସବୁଠାରୁ ସକ୍ରିୟ ମାମଲା ରହିଛି । ଏବେ ମହାରାଷ୍ଟ୍ରର ଡାକ୍ତରଖାନାରେ ଦେଢ଼ ଲକ୍ଷରୁ ଅଧିକ ସଂକ୍ରମିତ ଲୋକ ଚିକିତ୍ସିତ ହେଉଛନ୍ତି । ଏହା ପରେ ତାମିଲନାଡୁ ଦ୍ୱିତୀୟ ସ୍ଥାନରେ, ତୃତୀୟ ସ୍ଥାନରେ ଦିଲ୍ଲୀ, ଚତୁର୍ଥ ସ୍ଥାନରେ ଗୁଜୁରାଟ ଏବଂ ପଞ୍ଚମ ସ୍ଥାନରେ ପଶ୍ଚିମବଙ୍ଗ ରହିଛି । ଏହି ପାଞ୍ଚଟି ରାଜ୍ୟରେ ସର୍ବାଧିକ ସକ୍ରିୟ ମାମଲା ରହିଛି । ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । କରୋନା ସଂକ୍ରମଣ ସଂଖ୍ୟା ଅନୁଯାୟୀ ଭାରତ ବିଶ୍ୱରେ ତୃତୀୟ ସର୍ବାଧିକ ପ୍ରଭାବିତ ଦେଶ ଅଟେ । ଆମେରିକା ଓ ବ୍ରାଜିଲ ପରେ କରୋନା ମହାମାରୀ ଦ୍ୱାରା ସବୁଠାରୁ ବେଶି ପ୍ରଭାବିତ ଭାରତ ଅଟେ ।


ସେୟାର କରନ୍ତୁ