ଦୀପାବଳି ଅବସରରେ ଶୁଭେଚ୍ଛା ଜଣାଇଲେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର: ଆଜି ହେଉଛି ଆଲୋକର ପର୍ବ ଦୀବାପଳି । ଦୀପାବଳିକୁ ସାରା ଦେଶରେ ତଥା ଦେଶ ବାହାରେ ମଧ୍ୟ କିଛି କିଛି ଜାଗାରେ ଆନନ୍ଦ ଉଲ୍ଲାସରେ ପାଳନ କରାଯାଉଛି । ଏ ବର୍ଷ କିନ୍ତୁ କରୋନା ଭାଇରସ ପାଇଁ ଏ ଉତ୍ସବ ଫିକା ପଡ଼ିଅଛି । କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ବାଣ ଫୁଟାକୁ ନେଇ କଟକଣା ଜାରି ହୋଇଛି । ତେବେ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ, ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା । ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ । ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ।


ସେୟାର କରନ୍ତୁ