ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଅସୁସ୍ଥ, ତାଙ୍କର ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କଂଗ୍ରେସର ଏକ ସଭାରେ ଭାଷଣ ଦେଉଥିବା ବେଳେ ଅସୁସ୍ଥ ହୋଇଥିବାର ଖବର ମିଳିଛି । ଆଜି କଂଗ୍ରେସ ଦଳ ପକ୍ଷରୁ ଭୁବନେଶ୍ବରର ସିବିଆଇ ଅଫିସ୍ ଆଗରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିଲା । ରାଜ୍ୟରେ ବିଭିନ୍ନ ତଦନ୍ତରେ ଶିଥିଲତା ନେଇ ସିବିଆଇ ଅଫିସ ଘେରାଉ କରିଥିଲା କଂଗ୍ରେସ । ସେଠାରେ ଭାଷଣ ଦେଉଥିବା ବେଳେ ହଠାତ ସେ ଛାତିକୁ ଧରି ତଳେ ବସିଯାଇଥିଲେ । ଏହାପରେ ତାଙ୍କୁ ତତକ୍ଷଣାତ୍ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା । ବର୍ତମାନ ବଲାଙ୍ଗୀରର ବିଧାୟକ ଅଛନ୍ତି ନରସିଂହ ମିଶ୍ର ।

ତେବେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଅସୁସ୍ଥତା ବିଷୟରେ ଜାଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାର ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରିଛନ୍ତି । ଏନେଇ ନବୀନ ପଟ୍ଟନାୟକ ଟୁଇଟ୍ ଜରିଆରେ ସୂଚନା ଦେଇଛନ୍ତି ।


ସେୟାର କରନ୍ତୁ