ମୁଖ୍ୟ ଶାସନ ସଚିବ ଭାବରେ ଦାୟିତ୍ୱ ନେଲେ ସୁରେଶ ଚନ୍ଦ୍ର ମହାପାତ୍ର

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଶୁକ୍ରବାର ଦାୟିତ୍ବ ଗ୍ରହଣ କରିଛନ୍ତି । ଅସିତ ତ୍ରିପାଠୀ ଅବସର ନେବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି । 1986 ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର 14 ମାସ ଅର୍ଥାତ 2022 ଫେବୃୟାରୀ ଯାଏ ସେ ଏହି ପଦବିରେ କାର୍ଯ୍ୟ କରିବେ ବୋଲି ଜଣାଯାଇଛି ।

ପ୍ରଶାସନିକ ମହଲରେ ଜଣେ ଦକ୍ଷ ଅଧିକାରୀ ଭାବେ ଜଣାଶୁଣା ଶ୍ରୀ ମହାପାତ୍ର 1986 ମସିହାରେ ସର୍ବଭାରତୀୟ ସେବାରେ ଯୋଗଦାନ କରିଥିଲେ । ଓଡ଼ିଶା କ୍ୟାଡରର ଏହି ଅଧିକାରୀ ତାଙ୍କର ଦୀର୍ଘ 34 ବର୍ଷର ଚାକିରି ଜୀବନରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଭିନ୍ନ ଭିନ୍ନ ପଦବୀରେ ସଫଳତାର ସହ କାର୍ଯ୍ୟ କରି ନିଜର ଏକ ଅଲଗା ପରିଚୟ ସୃଷ୍ଟି କରିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରମୁଖ ପରାମର୍ଶଦାତା ଭାବେ ମଧ୍ୟ ଅସିତ୍‌ ଦାୟିତ୍ୱ ତୁଲାଇବେ । ଆଞ୍ଚଳିକ ବିକାଶ, ପର୍ଯ୍ୟଟନ, କୃଷି, ବ୍ୟବସାୟ ଓ ଶିଳ୍ପ କ୍ଷେତ୍ରରେ ସେ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ କାର୍ଯ୍ୟ କରିବେ ।


ସେୟାର କରନ୍ତୁ