ଫେବୃୟାରୀ 15ରେ କଂଗ୍ରେସର ଓଡ଼ିଶା ବନ୍ଦ ଡାକରା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ବର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ପକ୍ଷରୁ ଆସନ୍ତା ଫେବୃୟାରୀ 15 ତାରିଖରେ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି । ପେଟ୍ରୋଲ ଓ ଡିଜେଲର ଅହେତୁକ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ 15 ତାରିଖ ଦିନ ସକାଳ 7ଟାରୁ ଦିନ 1ଟା ଯାଏଁ ଓଡ଼ିଶା ବନ୍ଦ ରହିବାର ଡାକରା ଦେଇଛି । ଏନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସୂଚନା ଦେଇଛନ୍ତି । ଓଡ଼ିଶାର ସ୍ୱାର୍ଥ ପାଇଁ ସମସ୍ତ ରାଜ୍ୟବାସୀ ଏହି ବନ୍ଦକୁ ସହଯୋଗ କରନ୍ତୁ ବୋଲି ପିସିସି ସଭାପତି କହିଛନ୍ତି ।

ଏବେ ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବାରୁ ସିଧାସଳଖ ସାଧାରଣ ଲୋକଙ୍କ ପକେଟ ଉପରେ ପଡୁଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଫଳରେ ବିଭିନ୍ନ ସାମଗ୍ରୀର ଦର ମଧ୍ୟ ବୃଦ୍ଧି ପାଉଛି । ଯାହା ଫଳରେ ଉଭୟ ମଧ୍ୟବିତ୍ତ ଓ ଗରିବ ଲୋକଙ୍କ ସମେତ ପ୍ରାୟ ସବୁ ବର୍ଗର ଲୋକଙ୍କ ପାଇଁ ଅସହ୍ୟ ହୋଇ ପଡ଼ିଛି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ଗତ କିଛି ଦିନ ହେବ ସାଧାରଣରେ ମଧ୍ଯ ଚର୍ଚ୍ଚା ଲାଗିରହିଛି । ଏଭଳି ସ୍ଥଳେ କଂଗ୍ରେସ ପେଟ୍ରୋଲ ଓ ଡିଜେଲ ଦରବୃଦ୍ଧିକୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଛି ।


ସେୟାର କରନ୍ତୁ