Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 22 ହଜାରୁ ଅଧିକ ନୂଆ ମାମଲା, 126 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ତେଜିରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 22 ହଜାର 854 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 126 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 18 ହଜାର 100 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 12 ଲକ୍ଷ 85 ହଜାର 561କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 58 ହଜାର 189 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 9 ଲକ୍ଷ 38 ହଜାର 146 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି ଏକ ଲକ୍ଷ 89 ହଜାର 226 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 22 କୋଟି 42 ଲକ୍ଷ 58 ହଜାର 293 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 7 ଲକ୍ଷ 78 ହଜାର 416 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ