Coronavirus: ପୂର୍ବ 24 ଘଣ୍ଟାରେ ସମ୍ନାକୁ ଆସିଲା 47 ହଜାର ନୂଆ ମାମଲା, 212 ରୋଗୀଙ୍କର ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 46 ହଜାର 951 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 212 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 21 ହଜାର 180 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 46,951
ଏପର୍ଯ୍ୟନ୍ତ ମୋଟ ମାମଲା -1,16,46,081

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 21,180
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,11,51,468

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 212
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,59,967

ମୋଟ ଆକ୍ଟିଭ କେସ-ତିନି ଲକ୍ଷ 34 ହଜାର 646

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 23 କୋଟି 44 ଲକ୍ଷ 45 ହଜାର 774 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8 ଲକ୍ଷ 80 ହଜାର 655 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ