Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 47 ହଜାରରୁ ଅଧିକ ନୂଆ ମାମଲା, ଆକ୍ଟିଭ କେସ ସାଢେ ତିନି ଲକ୍ଷ ପାର

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 47 ହଜାର 262 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 275 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 23 ହଜାର 907 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 17 ଲକ୍ଷ 34 ହଜାର 058କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 60 ହଜାର 441 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 12 ଲକ୍ଷ 05 ହଜାର 160 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି ତିନି ଲକ୍ଷ 68 ହଜାର 457 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 23 ମାର୍ଚ୍ଚ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 23 କୋଟି 64 ଲକ୍ଷ 38 ହଜାର 861 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 10 ଲକ୍ଷ 25 ହଜାର 628 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ