କରୋନା ଗ୍ରାଫ ଉପର ମୁହାଁ: ରାଜ୍ୟରେ 214 କରୋନା ପଜିଟିଭ ଚି଼ହ୍ନଟ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ଗ୍ରାଫ ଦିନକୁ ଦିନ ବଢିବା ଦେଖିବାକୁ ମିଳୁଅଛି । ରାଜ୍ୟରେ ପୁଣି 214 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 339460କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 214 ଜଣଙ୍କ ମଧ୍ୟରୁ 126 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 88 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 339460 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 1151ଟି ଆକ୍ଟିଭ କେସ୍ ରହିଅଛି ଏବଂ 336337 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ