ରାଜ୍ୟରେ 210 କରୋନା ପଜିଟିଭ ଚିହ୍ନଟ,ମୋଟ ପଜିଟିଭ ସଂଖ୍ୟା 339904

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବଢିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟା ମଧ୍ୟରେ 210 କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 124 ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ 86 ଜଣ ସ୍ଥାନୀୟ ବାସିନ୍ଦା ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା 339904ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ଏପର୍ଯ୍ୟନ୍ତ ମୋଟ୍ 339904 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ 1449 ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ 336482 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ