ରାଜ୍ୟରେ 208 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 340402

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ଗ୍ରାଫ ଦିନକୁ ଦିନ ବଢ଼ୁଅଛି । ରାଜ୍ୟରେ ପୁଣି 208 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 340402କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 208 ଜଣଙ୍କ ମଧ୍ୟରୁ 122 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 86 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 340402 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 1737ଟି ଆକ୍ଟିଭ କେସ୍ ରହିଅଛି ଏବଂ 336691 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ