Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 1 ଲକ୍ଷରୁ ଅଧିକ ନୂଆ ମାମଲା, 478 ଲୋକଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଏହା ଦିନକୁ ଦିନ ତାର କାୟା ଅଧିକ ମାତ୍ରାରେ ବିସ୍ତାର କରୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 1 ଲକ୍ଷ 03 ହଜାର 558 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 478 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 52 ହଜାର 847 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 25 ଲକ୍ଷ 89 ହଜାର 067କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 65 ହଜାର 101 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 16 ଲକ୍ଷ 82 ହଜାର 136 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି ସାତ ଲକ୍ଷ 41 ହଜାର 830 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 1,03,558
ଏପର୍ଯ୍ୟନ୍ତ ମୋଟ ମାମଲା -1,25,89,067

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 52,847
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,16,82,136

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 478
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,65,101

ମୋଟ ଆକ୍ଟିଭ କେସ- ସାତ ଲକ୍ଷ 41 ହଜାର 830

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 4 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 24 କୋଟି 90 ଲକ୍ଷ 19 ହଜାର 657 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 8,93,749 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ