Coronavirus: ପୂର୍ବ 24 ଘଣ୍ଟାରେ ଆସିଲା 1 ଲକ୍ଷ 45 ହଜାରରୁ ଅଧିକ ନୂଆ ମାମଲା, 794 ଲୋକଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଏହା ଦିନକୁ ଦିନ ତାର କାୟା ଅଧିକ ମାତ୍ରାରେ ବିସ୍ତାର କରୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 1 ଲକ୍ଷ 45 ହଜାର 384 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 794 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 77 ହଜାର 567 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 32 ଲକ୍ଷ 5 ହଜାର 926କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 68 ହଜାର 436 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 19 ଲକ୍ଷ 90 ହଜାର 859 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି ଦଶ ଲକ୍ଷ 46 ହଜାର 631 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 1,45,384
ଏପର୍ଯ୍ୟନ୍ତ ମୋଟ ମାମଲା -1,32,05,926

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 77,567
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,19,90,859

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 794
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,68,436

ମୋଟ ଆକ୍ଟିଭ କେସ- ଦଶ ଲକ୍ଷ 46 ହଜାର 631

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 9 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 25 କୋଟି 52 ଲକ୍ଷ 14 ହଜାର 803 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 11,73,219 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ