Coronavirus: ପୂର୍ବ 24 ଘଣ୍ଟାରେ ଆସିଲା 1,52,879 ନୂଆ ମାମଲା, 839 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଏହା ଦିନକୁ ଦିନ ତାର କାୟା ଅଧିକ ମାତ୍ରାରେ ବିସ୍ତାର କରୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 1 ଲକ୍ଷ 52 ହଜାର 879 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 839 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 90 ହଜାର 584 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 33 ଲକ୍ଷ 58 ହଜାର 805କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 69 ହଜାର 275 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 20 ଲକ୍ଷ 81 ହଜାର 443 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 11 ଲକ୍ଷ 08 ହଜାର 087 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 10 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 25 କୋଟି 66 ଲକ୍ଷ 26 ହଜାର 850 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14,12,047 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ