Coronavirus: ଗୋଟିଏ ଦିନରେ ସାମ୍ନାକୁ ଆସିଲା 2 ଲକ୍ଷ ନୂଆ ମାମଲା, 1038 ରୋଗୀଙ୍କ ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଏହା ଦିନକୁ ଦିନ ତାର କାୟା ଅଧିକ ମାତ୍ରାରେ ବିସ୍ତାର କରୁଅଛି । ଏବେ ଦୁନିଆରେ ସବୁଠାରୁ ଅଧିକ କେସ ଭାରତରେ ଆସୁଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 2,00,739 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1038 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 93 ହଜାର 528 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ ଏକ କୋଟି 40 ଲକ୍ଷ 74 ହଜାର 564କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ ଏକ ଲକ୍ଷ 73 ହଜାର 123 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 24 ଲକ୍ଷ 29 ହଜାର 564 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 14 ଲକ୍ଷ 71 ହଜାର 877 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 14 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 26 କୋଟି 20 ଲକ୍ଷ 03 ହଜାର 415 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13,84,549 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ