Coronavirus: 24 ଘଣ୍ଟାରେ ସମ୍ନାକୁ ଆସିଲା 2 ଲକ୍ଷ 17 ହଜାରରୁ ଅଧିକ ନୂଆ ମାମଲା, 1185 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 2 ଲକ୍ଷ 17 ହଜାର 353 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1185 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 18 ହଜାର 302 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 2,17,353
ଏପର୍ଯ୍ୟନ୍ତ ମୋଟ ମାମଲା -1,42,91,917

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1,18,302
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,25,47,866

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1,185
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,74,308

ମୋଟ ଆକ୍ଟିଭ କେସ- ପନ୍ଦର ଲକ୍ଷ 69 ହଜାର 743

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 15 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 26 କୋଟି 34 ଲକ୍ଷ 76 ହଜାର 625 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14,73,210 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ