Coronavirus: 24 ଘଣ୍ଟାରେ ସମ୍ନାକୁ ଆସିଲା 2 ଲକ୍ଷ 34 ହଜାର ନୂଆ ମାମଲା, 1341 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 2 ଲକ୍ଷ 34 ହଜାର 692 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1341 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 23 ହଜାର 354 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 2,34,692
ଏପର୍ଯ୍ୟନ୍ତ ମୋଟ ମାମଲା -1,45,26,609

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1,23,354
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,26,71,220

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 1341
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,75,649

ମୋଟ ଆକ୍ଟିଭ କେସ- ଷୋହଳ ଲକ୍ଷ 79 ହଜାର 740

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 16 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 26 କୋଟି 49 ଲକ୍ଷ 72 ହଜାର 022 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 14,95,397 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ