ଉପର ମୁହାଁ କରୋନା ଗ୍ରାଫ, ରାଜ୍ୟରେ ଚିହ୍ନଟ ହେଲେ 4851 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ଗ୍ରାଫ ଦିନକୁ ଦିନ ଉପରକୁ ବଢ଼ୁଅଛି । ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢିବା ଦେଖିବାକୁ ମିଳୁଅଛି । ରାଜ୍ୟରେ 4851 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 382315କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 4851 ଜଣଙ୍କ ମଧ୍ୟରୁ 2814 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 2037 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 382315 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 30927ଟି ଆକ୍ଟିଭ କେସ୍ ରହିଅଛି ଏବଂ 349377 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ