Coronavirus: 24 ଘଣ୍ଟାରେ ସମ୍ନାକୁ ଆସିଲା 3 ଲକ୍ଷ 14 ହଜାରରୁ ଅଧିକ ନୂଆ ମାମଲା, 2104 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଏହା ଦେଶରେ ଥମିବାର ନାଁ ଧରୁନାହିଁ ବରଂ ହୁ ହୁ ହୋଇ ବଢ଼ିବାରେ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 14 ହଜାର 835 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 2104 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 1 ଲକ୍ଷ 78 ହଜାର 841 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,14,835
ଏପର୍ଯ୍ୟନ୍ତ ମୋଟ ମାମଲା -1,59,30,965

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 1,78,841
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,34,54,880

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2104
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,84,657

ମୋଟ ଆକ୍ଟିଭ କେସ- ବାଇଶି ଲକ୍ଷ 91 ହଜାର 428

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 21 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 27 କୋଟି 27 ଲକ୍ଷ 05 ହଜାର 103 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 16,51,711 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ