Coronavirus: ଦେଶରେ ଲଗାତାର ଚତୁର୍ଥ ଦିନରେ ଆସିଲା ତିନି ଲକ୍ଷରୁ ଅଧିକ କେସ, 24 ଘଣ୍ଟାରେ 2767 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଏହା ଦେଶରେ ଥମିବାର ନାଁ ଧରୁନାହିଁ ବରଂ ହୁ ହୁ ହୋଇ ବଢ଼ିବାରେ ଲାଗିଅଛି । ଏହା ଭିତରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢିବାକୁ ଲାଗିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 49 ହଜାର 691 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 2767 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 17 ହଜାର 113 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,49,691
ଏପର୍ଯ୍ୟନ୍ତ ମୋଟ ମାମଲା -1,69,60,172

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 2,17,113
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,40,85,110

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 2767
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 1,92,311

ମୋଟ ଆକ୍ଟିଭ କେସ- ଚବିଶ ଲକ୍ଷ 82 ହଜାର 751

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 24 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 27 କୋଟି 79 ଲକ୍ଷ 18 ହଜାର 810 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 17,19,588 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ