ରାଜ୍ୟରେ ଚିହ୍ନଟ ହେଲେ 6599 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 414056

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ଗ୍ରାଫ ଦିନକୁ ଦିନ ଉପରକୁ ବଢ଼ୁଅଛି । ରାଜ୍ୟରେ 6599 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 414056କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 6599 ଜଣଙ୍କ ମଧ୍ୟରୁ 3827 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 2772 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 414056 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 49075ଟି ଆକ୍ଟିଭ କେସ୍ ରହିଅଛି ଏବଂ 362931 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ