Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 4 ଲକ୍ଷରୁ ଅଧିକ ନୂଆ ମାମଲା, 24 ଘଣ୍ଟାରେ 3523 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ଜୀବନ ନେଉଥିବା କରୋନା ଭାଇରସ ପୁଣି ଥରେ ନିଜର ପାଦ ପ୍ରସାରିତ କରିବାରେ ଲାଗିଅଛି । ଦେଶରେ ଆଜି 4 ଲକ୍ଷରୁ ଅଧିକ କରୋନା କେସ ସାମ୍ନାକୁ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 4 ଲକ୍ଷ 01 ହଜାର 993 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3523 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 99 ହଜାର 988 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 1 କୋଟି 91 ଲକ୍ଷ 64 ହଜାର 969କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 2 ଲକ୍ଷ 11 ହଜାର 853 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ ଏକ କୋଟି 56 ଲକ୍ଷ 84 ହଜାର 406 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 32 ଲକ୍ଷ 68 ହଜାର 710 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 30 ଏପ୍ରିଲ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 28 କୋଟି 83 ଲକ୍ଷ 37 ହଜାର 385 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19 ଲକ୍ଷ 45 ହଜାର 299 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ