24 ଘଣ୍ଟାରେ ରାଜ୍ୟରେ ସାମ୍ନାକୁ ଆସିଲା 8914 କରୋନା କେସ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ଗ୍ରାଫ ଦିନକୁ ଦିନ ଉପରକୁ ବଢ଼ୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 8914 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 471536କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 8914 ଜଣଙ୍କ ମଧ୍ୟରୁ 5081 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 3833 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 471536 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 71835ଟି ଆକ୍ଟିଭ କେସ୍ ରହିଅଛି ଏବଂ 397575 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ