Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 3 ଲକ୍ଷ 57 ହଜାର ନୂଆ ମାମଲା, 3449 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଦେଶରେ ଏବେ ମୋଟ କରୋନା ମାମଲା 2 କୋଟି ଅତିକ୍ରମ କରିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 3 ଲକ୍ଷ 57 ହଜାର 229 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3 ହଜାର 449 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 20 ହଜାର 289 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 3,57,229
ଏପର୍ଯ୍ୟନ୍ତ ମୋଟ ମାମଲା -2,02,82,833

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 3,20,289
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,66,13,292

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3449
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 2,22,408

ମୋଟ ଆକ୍ଟିଭ କେସ- ଚଉତିରିଶ ଲକ୍ଷ 47 ହଜାର 133

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 3 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 29 କୋଟି 33 ଲକ୍ଷ 10 ହଜାର 779 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 16,63,742 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ