ରାଜ୍ୟରେ କରୋନା ଉପର ମୁହାଁ, 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାରରୁ ଅଧିକ ନୂଆ କେସ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । କରୋନା ଉପର ମୁହାଁ ହେଉଥିବା ଦେଖିବାକୁ ମିଳୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 10 ହଜାର 521 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 500162କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 10521 ଜଣଙ୍କ ମଧ୍ୟରୁ 5945 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4576 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 500162 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 81585ଟି ଆକ୍ଟିଭ କେସ୍ ରହିଅଛି ଏବଂ 416403 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ