Coronavirus: ଦେଶରେ ଦ୍ୱିତୀୟ ଥର 4 ଲକ୍ଷରୁ ଅଧିକ ନୂଆ ମାମଲା ସାମ୍ନାକୁ ଆସିଲା, 24 ଘଣ୍ଟାରେ 3980 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ କରୋନା ମାମଲା ରେକର୍ଡ ସଂଖ୍ୟକ ବଢ଼ିବାରେ ଲାଗିଅଛି । ଦେଶରେ ଗୋଟିଏ ଦିନରେ ଦ୍ୱିତୀୟ ଥର 4 ଲକ୍ଷରୁ ଅଧିକ ନୂଆ ମାମଲା ସାମ୍ନାକୁ ଆସିଅଛି । ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 4 ଲକ୍ଷ 12 ହଜାର 262 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3 ହଜାର 980 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 3 ଲକ୍ଷ 29 ହଜାର 113 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି । ଏହା ପୂର୍ବରୁ 30 ଏପ୍ରିଲରେ 4,01,993 ମାମଲା ସାମ୍ନାକୁ ଆସିଥିଲା ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 4,12,262
ଏପର୍ଯ୍ୟନ୍ତ ମୋଟ ମାମଲା -2,10,77,410

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 3,29,113
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -1,72,80,844

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3980
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 2,30,168

ମୋଟ ଆକ୍ଟିଭ କେସ- ପଇଁତିରିସି ଲକ୍ଷ 66 ହଜାର 398

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 5 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 29 କୋଟି 67 ଲକ୍ଷ 75 ହଜାର 209 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 19,23,131 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ