24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାରରୁ ଅଧିକ ନୂଆ କେସ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ଏହା ଏବେ ସହରାଞ୍ଚଳ ସହ ଗାଁ ଗହଳିରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ଦେଖିବାକୁ ମିଳୁଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ 10 ହଜାର 635 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 534842କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 10635 ଜଣଙ୍କ ମଧ୍ୟରୁ 6012 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4623 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 534842 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 93287ଟି ଆକ୍ଟିଭ କେସ୍ ରହିଅଛି ଏବଂ 439322 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ