ରାଜ୍ୟରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାରରୁ ଅଧିକ କରୋନା ମାମଲା

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ରାଜ୍ୟରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 10 ହଜାର 757 କରୋନା ମାମଲା । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 622981କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 10757 ଜଣଙ୍କ ମଧ୍ୟରୁ 6024 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4733 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 622981 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 106061ଟି ଆକ୍ଟିଭ କେସ୍ ରହିଅଛି ଏବଂ 514532 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ