ରାଜ୍ୟରେ ଚି଼ହ୍ନଟ ହେଲେ 11099 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିବାର ନାଁ ଧରୁନାହିଁ । ରାଜ୍ୟରେ 24 ଘଣ୍ଟାରେ ଚି଼ହ୍ନଟ ହେଲେ 11 ହଜାର 099 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 644401କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 11099 ଜଣଙ୍କ ମଧ୍ୟରୁ 6214 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 4885 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 644401 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 105375ଟି ଆକ୍ଟିଭ କେସ୍ ରହିଅଛି ଏବଂ 536595 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ