Coronavirus: ଦେଶରେ 24 ଘଣ୍ଟାରେ ସାମ୍ନାକୁ ଆସିଲା 1 ଲକ୍ଷ 65 ହଜାର 553 ନୂଆ କେସ, 3460 ମୃତ୍ୟୁ

ଦେଶବିଦେଶ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 1 ଲକ୍ଷ 65 ହଜାର 553 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 3 ହଜାର 460 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 2 ଲକ୍ଷ 76 ହଜାର 309 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ :

ପୂର୍ବ 24 ଘଣ୍ଟାରେ ନୂଆ ମାମଲା – 1,65,553
ଏପର୍ଯ୍ୟନ୍ତ ମୋଟ ମାମଲା -2,78,94,800

ପୂର୍ବ 24 ଘଣ୍ଟାରେ ଠିକ ହୋଇଥିବା ରୋଗୀ – 2,76,309
ଏପର୍ଯ୍ୟନ୍ତ ମୋଟ ଠିକ ହୋଇଥିବା ରୋଗୀ -2,54,54,320

ପୂର୍ବ 24 ଘଣ୍ଟାରେ ହୋଇଥିବା ମୃତ୍ୟୁ – 3460
ଏପର୍ଯ୍ୟନ୍ତ ହୋଇଥିବା ମୋଟ ମୃତ୍ୟୁ – 3,25,972

ମୋଟ ଆକ୍ଟିଭ କେସ- ଏକୋଇଶି ଲକ୍ଷ 14 ହଜାର 508

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 29 ମଇ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 34 କୋଟି 31 ଲକ୍ଷ 83 ହଜାର 748 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 20,63,839 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ