ସହରାଞ୍ଚଳ ଉଠାଦୋକାନୀଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ବର୍ତମାନ କରୋନା ସଂକ୍ରମଣ କାରଣ ହେତୁ ବ୍ୟବସାୟରେ ଏକ ପ୍ରକାର ବ୍ରେକ ଲାଗି ଯାଇଛି । ଯାହାଫଳରେ ଏବେ ବିଭିନ୍ନ ପ୍ରକାରର ସମସ୍ୟା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ରାଜ୍ୟର ବିଭିନ୍ନ ସହରାଞ୍ଚଳର ଉଠାଦୋକାନୀ ଭାବରେ ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ 26 କୋଟି 29 ଲକ୍ଷ 71 ହଜାର ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ବାରା ରାଜ୍ୟର 87 ହଜାର 657 ଜଣ ଉଠାଦୋକାନୀ ଉପକୃତ ହେବେ ।


ସେୟାର କରନ୍ତୁ