ରାଜ୍ୟରେ 6019 କରୋନା ପଜିଟିଭ ଚି଼ହ୍ନଟ, ମୋଟ ପଜିଟିଭ ସଂଖ୍ୟା 831129

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ କରୋନା ସଂକ୍ରମିତଙ୍କ ଗ୍ରାଫ ତଳକୁ ଖସୁଥିବା ଦେଖାଯାଉଅଛି । ଏହା ପୂର୍ବରୁ ପ୍ରାୟ ଦଶ ହଜାର ଉପରେ ରହୁଥିଲା । ରାଜ୍ୟରେ ପୁଣି 6019 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 831129କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 6019 ଜଣଙ୍କ ମଧ୍ୟରୁ 3397 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 2622 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 831129 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 71312ଟି ଆକ୍ଟିଭ କେସ୍ ରହିଅଛି ଏବଂ 756641 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ