ରାଜ୍ୟରେ କମୁଛି ସଂକ୍ରମଣ, 24 ଘଣ୍ଟାରେ ଚି଼ହ୍ନଟ ହେଲେ 4 ହଜାର 469 କରୋନା ପଜିଟିଭ

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧିରେ ଧିରେ କମିବାକୁ ଲାଗି ଅଛି । ରାଜ୍ୟରେ ପୂର୍ବ 24 ଘଣ୍ଟାରେ ଚି଼ହ୍ନଟ ହେଲେ 4 ହଜାର 469 କରୋନା ପଜିଟିଭ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭଙ୍କ ସଂଖ୍ୟା 851782କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 4469 ଜଣଙ୍କ ମଧ୍ୟରୁ 2546 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1923 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 851782 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 59361ଟି ଆକ୍ଟିଭ କେସ୍ ରହିଅଛି ଏବଂ 789066 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ