Coronavirus: ଦେଶରେ 24 ଘଣ୍ଟାରେ ସମ୍ନାକୁ ଆସିଲା 53 ହଜାରରୁ ଅଧିକ ନୂଆ ମାମଲା, 1422 ମୃତ୍ୟୁ

ରାଜ୍ୟ
ସେୟାର କରନ୍ତୁ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଗ୍ରାଫ ଏବେ ଲଗାତାର କମିବାରେ ଲାଗିଅଛି । ଦେଶରେ ପୂର୍ବ 24 ଘଣ୍ଟାରେ କରୋନା ଭାଇରସ ମହାମାରୀର 53 ହଜାର 256 ନୂଆ କେସ ସାମ୍ନାକୁ ଆସିଅଛି । ତେବେ ଏହି ସମୟ ମଧ୍ୟରେ 1 ହଜାର 422 ଲୋକଙ୍କର ମୃତ୍ୟୁ ହୋଇଅଛି । ପୂର୍ବ 24 ଘଣ୍ଟାରେ 78 ହଜାର 190 ଲୋକ କରୋନା ଭାଇରସକୁ ହରାଇ ଠିକ ହୋଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସଂଖ୍ୟା ମୁତାବକ, ଦେଶରେ ଏପର୍ଯ୍ୟନ୍ତ କରୋନା ମାମଲା ବଢିକରି ମୋଟ 2 କୋଟି 99 ଲକ୍ଷ 35 ହଜାର 221କୁ ବୃଦ୍ଧି ପାଇଥିବାବେଳେ ଏପର୍ଯ୍ୟନ୍ତ ଏଥି ମଧ୍ୟରୁ 3 ଲକ୍ଷ 88 ହଜାର 135 ଲୋକଙ୍କର ଜୀବନ ଯାଇଅଛି । ତେବେ ଏପର୍ଯ୍ୟନ୍ତ 2 କୋଟି 88 ଲକ୍ଷ 44 ହଜାର 199 ଲୋକ ଏହି ମହାମାରୀରୁ ଠିକ ହୋଇସାରିଛନ୍ତି । ଏବେ ଦେଶରେ ଆକ୍ଟିଭ ମାମଲା ବଢିକରି 7 ଲକ୍ଷ 02 ହଜାର 887 ହୋଇଯାଇଛି,ଅର୍ଥାତ ଏତିକି ଲୋକଙ୍କର ଚିକିତ୍ସା ଚାଲୁଅଛି ।

ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ (ICMR) ମୁତାବକ ଦେଶରେ 20 ଜୁନ ପର୍ଯ୍ୟନ୍ତ କରୋନା ଭାଇରସ ପାଇଁ ମୋଟ 39 କୋଟି 24 ଲକ୍ଷ 07 ହଜାର 782 ସାମ୍ପୁଲ ଟେଷ୍ଟ କରାଯାଇଅଛି । ଯାହା ମଧ୍ୟରୁ 13 ଲକ୍ଷ 88 ହଜାର 699 ସାମ୍ପୁଲ ଗତ କାଲି ଟେଷ୍ଟ କରାଯାଇଛି ।


ସେୟାର କରନ୍ତୁ