ରାଜ୍ୟରେ ଚିହ୍ନଟ ହେଲେ 2957 କରୋନା ପଜିଟିଭ, ମୋଟ ପଜିଟିଭ ସଂଖ୍ୟା 883490

ରାଜ୍ୟ
ସେୟାର କରନ୍ତୁ

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଅଛି । ରାଜ୍ୟରେ 2 ହଜାର 957 କରୋନା ପଜିଟିଭ ଚି଼ହ୍ନଟ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 883490କୁ ବୃଦ୍ଧି ଘଟିଛି । ରାଜ୍ୟରେ ଏହି ନୂତନ ଚିହ୍ନଟ ହୋଇଥିବା 2957 ଜଣଙ୍କ ମଧ୍ୟରୁ 1698 ଜଣ କ୍ଵାରେଣ୍ଟିନ ସେଣ୍ଟରରୁ ଜଣାପଡିଥିବାବେଳେ 1259 ଜଣ ଲୋକାଲ କଣ୍ଟାକଟ କେସ ବୋଲି ଜଣାପଡିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଏବେ ରାଜ୍ୟରେ ମୋଟ 883490 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ 34965ଟି ଆକ୍ଟିଭ କେସ୍ ରହିଅଛି ଏବଂ 844801 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ସେୟାର କରନ୍ତୁ